ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟ ଶଙ୍କର । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ତାଙ୍କର ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ।

ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ । ଏସ୍ ଜୟଶଙ୍କର ଏହି ଦୁଇ ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ  ଓ  ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ଗୁରୁମନ୍ତ୍ର ଦେବେ। ସେହିପରି ଆସନ୍ତାକାଲି ଅପରାହ୍ନରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।

ନଡ୍ଡା ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ କଟକରେ କାର୍ଯ୍ୟକର୍ତ୍ତା ବୈଠକରେ ଗୁରୁମନ୍ତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୬ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦି, ନଡ୍ଡା ଓ ଜୟଶଙ୍କରଙ୍କ ଭଳି ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଆଗମନକୁ ନେଇ ବେଶ୍ ଉତ୍ସାହିତ ହୋଇପଡ଼ିଛି ରାଜ୍ୟ ବିଜେପି।

Leave A Reply

Your email address will not be published.