ଓଡ଼ିଆ ନ୍ୟୁଜ୍: ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ କେଜି ଚାଉଳ।ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳିବ ଚାଉଳ।୧୯ ଜିଲ୍ଲାର ହିତାଧିକାରୀଙ୍କୁ ମିଳିବ ଚାଉଳ।୩ ମାସ ପାଇଁ ଅତିରିକ୍ତ ୫ କେଜି ଚାଉଳ ଦେବେ ସରକାର।ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ମାସ ପାଇଁ ମିଳିବ ଚାଉଳଆଉ ତିନିମାସ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ କେଜି ଚାଉଳ । ଘୋଷଣା କଲେ ଖାଦ୍ୟ, ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ । ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଉପକୃତ ହେବେ । ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କ ପରିବାରକୁ ପ୍ରତି ମାସରେ ଅତିରିକ୍ତ ୫ କିଲୋ ଚାଉଳ ଯୋଗାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
ସେପ୍ଟେମ୍ୱରରୁ ନଭେମ୍ୱର ପର୍ଯ୍ୟନ୍ତ ତିନି ମାସ ପାଇଁ ଏହି ୫ କେଜି ଅଧିକ ଚାଉଳ ପ୍ରଦାନ କରାଯିବ । ଏ ବାବଦରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୧୦ ଲକ୍ଷ ୫୭ ହଜାର କ୍ୟୁଣ୍ଟାଲ ଚାଉଳ ଯୋଗାଇ ଦିଆଯାଇଛି । ନଭେମ୍ବର ୧୦ ତାରିଖ ସୁଦ୍ଧା ଏହି ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅନୁଗୁଳ, ବାଲେଶ୍ୱର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢ଼େଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ପ୍ରମୁଖ ଜିଲ୍ଲାରେ ପରିବାର ପିଛା ଏହି ଅତିରିକ୍ତ ୫ କେଜି ଚାଉଳ ମିଳିବ ।