ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କଲେ ରାଜ୍ୟ ସରକାରଙ୍କ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍। ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସହ ସୋରଡା ବିଧାୟକ, ଖଲ୍ଲିକୋଟ ବିଧାୟକ ଓ କବିସୂର୍ଯ୍ୟନଗର ବିଧାୟକ ଗ୍ରାଉଣ୍ଡ ଜିରୋକୁ ଯାଇ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି।
ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ରାଜ୍ୟକାରିଣୀ ସଦସ୍ୟ ଅରୁଣ କୁମାର ପଣ୍ଡା, ଯୁବନେତା ସୀତାରାମ ପାଣିଗ୍ରାହୀ, ଜୟନାରାୟଣ ଦାଶ, ଜିଲା ସମ୍ପାଦକ ଅନିଲ କୁମାର ପଣ୍ଡା ପ୍ରମୁଖ ଶୁକ୍ରବାର ରାତିରେ ଆସି ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି।
ଏହାସହ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓ ପ୍ରଶାସନିକ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଯେପରି ମନ୍ଦିର ସୁରକ୍ଷା ରହିବ ସେଥିନେଇ ପଦକ୍ଷେପ ନେବାକୁ ପରାମର୍ଶମାନ ଦେଇଛନ୍ତି। ଏହି ଘଟଣା ବହୁ ଶ୍ରଦ୍ଧାଳୁଙ୍କ ଭାବାବେଗକୁ କୁଠାରଘାତ କରିଥିବା ବେଳେ ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। କେମିତି ଚୋରି ହେଲା ମା’ଙ୍କ ଅଳଙ୍କାର, ତଦନ୍ତର ଗତି କେତେଦୂର ଗଲା, ସେନେଇ ଅନୁଧ୍ୟାନ କରିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ।