ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ବସ୍‌ ମାଡିଯାଇଛି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକ୍‌ ଆରୋହୀଙ୍କ ଉପରେ ବସ୍‌ ମାଡିଯାଇଛି । ବଲାଙ୍ଗିର ସୋନପୁର ରାସ୍ତାର ଭଦ୍ରାପାଲି ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟଙ୍କର ପରିଚୟ ମିଳିନାହିଁ |

ସୂଚନା ମୁତାବକ, ଆଜି ଭୋର ସମୟରେ OSRTC ବସ୍‌ଟି ଫୁଲବାଣୀରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା। ଭଦ୍ରାପାଲି ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୨ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ମୃତକ ଦୁଇଜଣ ହେଉଛନ୍ତି  ସୋନପୁର ଜିଲ୍ଲା ସୁବଳୟାର ହିମାଂଶୁ ଶେଖର ମହାପାତ୍ର ଓ ଡୁଙ୍ଗୁରିପାଲିର ନରେଶ ସାହୁ ।

ମୃତ ଦୁଇ ଯୁବକ ଲାଞ୍ଜିଗଡ଼ ବେଦାନ୍ତ ଆଲୁମିନିୟମ କମ୍ପାନୀରେ କାମ କରୁଥିଲେ ବୋଲି ଜଣାପଡିଛି। ପୁଇଁତଳା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏବେ ପୁଇଁତଲା ପୁଲିସ ବସଟିକୁ ତରଭା ଥାନାରେ ରଖିଥିବା ବେଳେ  ତା’ର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

Leave A Reply

Your email address will not be published.