ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ

0

ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ | ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ। ମିଶନ ଶକ୍ତି କାଫେରେ ଥିବା ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।

ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଗତକାଲି ରାତି ପ୍ରାୟ ୧୧.୩୦ ସମୟରେ ପୋଲିସ ପେଟ୍ରୋଲିଂ କରୁଥିବା ସମୟରେ ଧୂଆଁ ବାହାରୁଥିବା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।

ଅଗ୍ନିଶମ ବାହିନୀର ଦୁଇଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷ ପୋଡି ନଷ୍ଟ ହୋଇଯାଇଛି। ଇଲେକ୍ଟି ସଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି

Leave A Reply

Your email address will not be published.