ଓଡ଼ିଆ ନ୍ୟୁଜ୍: ଅଗ୍ନିଶମ କର୍ମଚାରୀଙ୍କର ହେଲା ଭତ୍ତା ବୃଦ୍ଧି। ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି ହୋଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ବାଇକ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଥିବା ବେଳେ ବାଇକ୍ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି।
ସେହିପରି ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ରାଜ୍ୟ ସରକାର ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଏବଂ ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି।