ଶନିବାରଠୁ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ। ଶନିବାରଠୁ ଆରମ୍ଭ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ମୋଟ ୨୭ଟି ସେସନ୍‌ ରହିଛି । ଉଦଘାଟନୀ ଦିବସରେ ଜଗନ୍ନାଥ ସଂସ୍କୃତି ଉପରେ ସ୍ବତନ୍ତ୍ର ଅଧିବେଶନ ରହିଛି ବୋଲି କହିଛନ୍ତି ଓଡ଼ିଆ ଭାଷା, ସହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ସୁଜାତା କାର୍ତ୍ତିକେୟନ ।

ଏତଦ୍‌ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ବ୍ୟକ୍ତି, କବୀର ସମ୍ମାନ ପୁରସ୍କାରପ୍ରାପ୍ତ, ରାଜ୍ୟ ଏକାଡ଼େମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯିବ।ଏହି ସମ୍ମିଳନୀରେ ଓଡ଼ିଶାର ଗୌରବମୟ ଅତୀତ ଓ ପରିବର୍ତ୍ତନଶୀଳ ବର୍ତ୍ତମାନ ଏବଂ ପ୍ରେରଣାଦାୟୀ ଭବିଷ୍ୟତର ଏକ ସୁସଜ୍ଜିତ ପ୍ରଦର୍ଶନୀ ପ୍ରଦର୍ଶିତ ହେବ। ଏହି ପ୍ରଦର୍ଶନୀ ତିନୋଟି ବିସ୍ତୃତ ବିଷୟ ଏବଂ ସମୟସୀମା ଉପରେ ଆୟୋଜିତ ହୋଇଛି ଯଥା- ପ୍ରାଚୀନ, ମଧ୍ୟ ଓ ଆଧୁନିକ।

ଶୁକ୍ରବାର ସନ୍ଧ୍ୟାରେ ଅକ୍ଷର ଭୂମି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଶନିବାର ୧୧ଟା ସମୟରେ ସମସ୍ତେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ କୁହାଯାଇଛି।
ସ୍କୁଲ ପିଲା ଓ ଯୁବକମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଏକ ମୋବାଇଲ୍ ଲାଇବ୍ରେରି, ବସ୍ ଓ ମୋବାଇଲ୍ ବୁକ୍‌ଆର୍ଟ ମାଧ୍ୟମରେ ‘ଆସ ପଢ଼ିବା’ର ଏକ ଧାରଣା ପ୍ରଦର୍ଶିତ ହେବ। ଅତୀତର କୃତବିଦ୍ୟ ସାଧକମାନଙ୍କର ଅବଦାନକୁ ସ୍ମରଣକରି ତାଙ୍କର ଆବକ୍ଷ ପ୍ରତିମୂର୍ତ୍ତି ଓ ତୈଳଚିତ୍ର ପ୍ରଦର୍ଶିତ ହେବ। ବିଶିଷ୍ଟ ବ୍ୟକ୍ତିବିଶେଷଙ୍କର ଓଡ଼ିଆ ଦସ୍ତଖତ ପ୍ରଦର୍ଶିତ ହେବ। ପ୍ରଦର୍ଶନୀକୁ ପିଲାମାନଙ୍କ ପାଇଁ ଅଧିକ ଚଳଚଞ୍ଚଳ କରିବାକୁ ଡାକ ପ୍ରକୋଷ୍ଠ ଓ ସୂଚନା ଫଳକ ପ୍ରଦର୍ଶିତ ହେବ।

ଏକ ପୂର୍ଣ୍ଣାଙ୍ଗ ‘କୋଣାର୍କ ଅଶ୍ୱ’ ପ୍ରତିମୂର୍ତ୍ତିକୁ ପ୍ରତୀକ ଭାବରେ କେନ୍ଦ୍ରୀୟ ସ୍ଥଳରେ ସ୍ଥାନିତ କରାଯିବ। ବୌଦ୍ଧିକ ଅଧିବେଶନ ଏବଂ ସମ୍ମିଳନୀ କାର୍ଯ୍ୟକ୍ରମଗୁଡିକ ଜୀବନ୍ତଭାବରେ ପ୍ରସାରିତ ହେବ। ଭୁବନେଶ୍ୱରର କିଟ୍‌ଠାରେ ଏକ ଆନ୍ତର୍ଜାତିକ କବିତା ମହୋତ୍ସବ, ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଦ୍ୱାରା ଅନ୍ତର୍ଜାତୀୟ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ ହେବ। ରେଭେନ୍ସା ବିଶ୍ୱବିଦ୍ୟାଳୟ ଦ୍ୱାରା ଓଡ଼ିଆ ଚଳଚ୍ଚିତ୍ର ଓ ଥିଏଟର ମହୋତ୍ସବ ସହିତ ଓଡ଼ିଆ ସିନେମା ଓ ମଞ୍ଚର ଭୂମିକା ଉପରେ ଏକ ଆଲୋଚନାଚକ୍ର |

Leave A Reply

Your email address will not be published.