ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ କଳା ବ୍ୟାଚ ପରିଧାନ ଚତୁର୍ଥ ଦିନରେ, ବନ୍ୟା ସହାୟତା ଜରୁରୀ କାଳୀନ ବିଭାଗ ବି ସାମିଲ

0

ଓଡିଆ ନ୍ୟୁଜ୍(ବ୍ୟୁରୋ):  ଓଡିଶାରୁ ସରକାରୀ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମ ସମ୍ପୂର୍ଣ ଉଚ୍ଛେଦ ଦାବିରେ ଅଗଷ୍ଟ ୧୬ତାରିଖ ଠାରୁ ସାରା ରାଜ୍ୟରେ କଳା ବ୍ୟାଚ୍ ପିନ୍ଧି ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ଚତୁର୍ଥ ଦିନରେ । ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କର୍ମଚାରୀ ସଙ୍ଘ ଅଗଷ୍ଟ ୧୬ ତାରିଖରୁ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କ ଦ୍ୱାରା କଳାବ୍ୟାଚ ପରିଧାନ ସହିତ ଶାନ୍ତିପୂର୍ଣ ଭାବେ ନିଜର ଯଥୋଚିତ ଦାବି ସରକାରଙ୍କ ନିକଟରେ ଦାବି କରୁଛି।

ଏହି ବିକ୍ଷୋଭ ପ୍ରଦର୍ଶନରେ ଓଡିଶା ସରକାରଙ୍କ ସମସ୍ତ ବିଭାଗ ଯଥା ଶିକ୍ଷା, ସ୍ୱାସ୍ଥ୍ୟ, ବାଣିଜ୍ୟ, ପରିବହନ, ଅର୍ଥ, ଶିଳ୍ପ,ସାମଜିକ ସୁରକ୍ଷା,କୃଷି ଏବଂ ପଶୁସମ୍ପଦ,ଯୋଜନାଓ ସମବାୟ,ଖାଉଟି ଯୋଗାଣ, ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଶିଶୁ ଏବଂ ମହିଳା ସଂସକ୍ତିକରଣ, ଶକ୍ତି, ଦକ୍ଷତା ,ଜଙ୍ଗଲ ଏବଂ ପରିବେଶ, ଶ୍ରମ, ପୋଲିସ ଏବଂ ଅଗ୍ନିଶମ ଆଦି ବିଭିନ୍ନ ବିଭାଗରୁ କାର୍ଯ୍ୟରତ କର୍ମଚାରୀ ମାନେ ପ୍ରତେକ ଜିଲ୍ଲା, ବ୍ଲକ ସ୍ତରରେ ଅବସ୍ଥାପିତ ମୁଖ୍ୟ ଦପ୍ତର ଠାରୁ ଆରମ୍ଭ କରି ଭୁବନେଶ୍ୱର ବିଭାଗୀୟ ମୁଖ୍ୟ କାର୍ଯ୍ୟଳୟରେ କାର୍ଯ୍ୟରତ ସମସ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ କଳା ବ୍ୟାଚ୍ ପରିଧାନ ସହ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶରେ ସାମିଲ ହେଇଥିଲେ ଛଅ ବର୍ଷୀୟା ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ , ସମାନ କାମକୁ ସମାନ ଦରମା ଏବଂ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟକୁ ମୂଳ ଚାକିରୀରେ ଯୋଗ ଆଦି ୩ଟି ମୁଖ୍ୟ ଦାବି ସହ ଚୁକ୍ତିଭିତ୍ତିକ ନିଯୁକ୍ତି ସମୟରେ ମହଙ୍ଗା ଭତ୍ତା, ଘରଭଡା ଏବଂ ସମସ୍ତ ସରକାରୀ ଅନୁସଙ୍ଗିକ ସୁବିଧା ଇତ୍ୟାଦି ପ୍ରଦାନ ନେଇ ନେଇ କଳା ବ୍ୟାଚ୍ ପରିଧାନ ଏବଂ ଶାନ୍ତିପୂର୍ଣ ବିକ୍ଷୋଭ ପ୍ରଦର୍ଶନ ସମାବେଶ ସାରା ରାଜ୍ୟରେ ଚାଲୁ ରହିଛି।

ପୋଲିସ ଏବଂ ଅଗ୍ନିଶମ ଭଳି ଜରୁରୀ କାଳୀନ ବିଭାଗ ପ୍ରତାକ୍ଷ୍ୟ ଭାବେ କଳା ବ୍ୟାଚ ପରିଧାନ ସହ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ବିଭିନ୍ନ ଜିଲ୍ଲା ସଦର ଥାନା ବିଭାଗୀୟ ମୁଖ୍ୟ ଏସପିଙ୍କ ଜରିଆରେ ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନରେ ସାମିଲ ହୋଇଥିଲେ । ରାଜ୍ୟ ସରକାର ଯଦି ସରକାରୀ ଚୁକ୍ତିଭିତ୍ତିକ ମହାସଂଘକୁ ଗତ ବର୍ଷ ଦେଇଥିବା ପ୍ରତିଶୃତି ଏହି ମାସ ଶେଷ ସୁଦ୍ଧା ପୂରଣ ନକରନ୍ତି ତେବେ ରାଜ୍ୟରେ କାର୍ଯ୍ୟରତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମାନେ ଆସନ୍ତା ମାସରେ ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗ ଠାରେ ଏକ ବୃହତ ଆନ୍ଦୋଳନରେ ସାମିଲ ହେବେ ବୋଲି ଏକ ପ୍ରେସ୍ ରିଲଜ୍ ଦ୍ୱାରା ରାଜ୍ୟ ସରକାରଙ୍କ ଅବଗତି ନିମନ୍ତେ ଚୁକ୍ତିଭିତିକ ମହାସଂଘର ସଭାପତି ବିଜୟ ମଲ୍ଲ, ସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି, ସାଧାରଣ ସଂପାଦକ କ୍ଷିତିଶ୍ ପଣ୍ଡା,ସଙ୍ଘଠନ-ସମ୍ପାଦକ ପ୍ରଶାନ୍ତ ରାଉତରାୟ, ନର୍ସିଂ ସଂଘ ନେତା ଅଶ୍ୱିନୀ ଦାସ,ଶିକ୍ଷକ ନେତା ପୂର୍ଣ୍ଣ ଚନ୍ଦ୍ର ଆଇଚ,ସୁଭ୍ରଜିତ ପ୍ରତିହାରୀ, ବିଶ୍ଵଜିତ ବିଶ୍ଵାଳ,ପଞ୍ଚାନନ ଜେନା, ରାଜେନ୍ଦ୍ର ମଲ୍ଲିକ, ପ୍ରାଥମିକ ଶିକ୍ଷକ ସଂଘର ନେତା ଆଦିତ୍ୟ ସ୍ଵାଇଁ, ଅକ୍ଷୟ ପାଢି, ଉପ-ସଭାପତି ,ପ୍ରଭାସ ଭୋଇ, ପ୍ରିତୀରଞ୍ଜନ ପ୍ରଧାନ, ଯୁଗ୍ମ ସମ୍ପାଦକ – ଅଶୋକ ଗଉଡ଼, ବାବୁଲ ନାୟକ, ତନ୍ମୟ ଜେନା, ଶ୍ରୀନିବାସ ମହାନ୍ତି, ଅନିତା ବେହେରା, ଅଳକା ମହାନ୍ତି, ରୋଜାଲିତି ପଣ୍ଡା, ଶିବ ଶଙ୍କର ସାହୁ ପ୍ରେସ ରିଲଜ ଦ୍ୱାରା ଜଣାଇଛନ୍ତି ।

Leave A Reply

Your email address will not be published.