ଓଡ଼ିଆ ନ୍ୟୁଜ୍: ଫକୀର ମୋହନ ବିଶ୍ବବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଲା। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ୬ ମାସ ବଢ଼ିଲା। ଆଜି କାର୍ଯ୍ୟକାଳ ଶେଷ ହେଉଥିଲା, ବୃଦ୍ଧି ଘୋଷଣା କଲେ କୁଳାଧିପତି। ଜୁଲାଇ ୨୧ ତାରିଖରୁ ଆଗାମୀ ଛଅ ମାସ ଯାଏ ସେ ନିଜର ଦାୟିତ୍ବ ନିର୍ବାହ କରିବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, ୨୦୨୧ ମସିହାରେ ବିଶ୍ବବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଫକୀରମୋହନ ବିଶ୍ବବିଦ୍ୟାଳୟର କୁଳପତି ଭାବେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ନାମ ଘୋଷଣା କରିଥିଲେ।
ଓଡ଼ିଶା ବିଶ୍ବବିଦ୍ୟାଳୟ(ସଂଶୋଧିତ) ଆଇନ ୨୦୨୦ର ସେକ୍ସନ ୬ର ସବ୍ ସେକ୍ସନ(୭)ର ସବ୍ ସେକ୍ସନ(୧) ଅନୁଯାୟୀ ଏହି ନିଯୁକ୍ତି ଦିଆଯାଇଥିବା ରାଜଭବନ ପକ୍ଷରୁ କୁହାଯାଇଥିଲା। କାର୍ଯ୍ୟରେ ଯୋଗଦେବା ଦିନରୁ ୪ ବର୍ଷ ଲାଗି ପ୍ରଫେସର ଶ୍ରୀ ତ୍ରିପାଠୀ କୁଳପତି ଦାୟିତ୍ବରେ ରହିଥିଲେ।