କୁହୁଡି ଚାଦର ତଳେ କନ୍ଧମାଳ

0

ଓଡ଼ିଆ ନ୍ୟୁଜ୍: କନ୍ଧମାଳରେ ପାରଦ ତଳ ମୁହାଁ ହୋଇଛିl ପାରତଦ ତଳମୁହାଁ ହେବା ଦ୍ବାରା ସ୍ଥାନୀୟ ଅଞ୍ଚଳରେ ପୁଣି ଥରେ ଶୀତର ପ୍ରକୋପ ବଢିବାରେ ଲାଗିଛି। କିଛିଦିନର ଦିନ ବ୍ଯବଧାନରେ ପୁଣିଥରେ ପାରଦ ତଳମୁହାଁ ହୋଇଛି। ଗତକାଲି ପାରଦ ୯.୮ ଥିବା ବେଳେ ଆଜି ସର୍ବନିମ୍ନ ତାପମାତ୍ରା ୧୦.୧ ଡିଗ୍ରିରେ ପହଞ୍ଚି ଥିବା ରେକର୍ଡ କରିଛି କୃଷି ବୈଷୟିକ ଗବେଷଣା କେନ୍ଦ୍ର ଓ ଭାରତୀୟ ପାଣିପାଗ ବିଭାଗ। ଫଳରେ ଏହାର ପ୍ରକୋପରେ ଶୀତ ବଢ଼ିବାରେ ଲାଗିଛି।

ଲଘୁଚାପ, ଘୂର୍ଣ୍ଣିବଳୟ ଯୋଗୁ ବର୍ଷା ଏବଂ ପରବର୍ତ୍ତୀ ସମୟରେ ପାଗ ମେଘୁଆ କାରଣରୁ ଏକ ସପ୍ତାହ ହେଲା ଶୀତ କମିଯାଇ ଥିବା ବେଳେ କାଲି ଠାରୁ ହଠାତ ଅନୁଭୂତ ହୋଇଛି ଶୀତ। କୋହଲା ପବନରେ ଦେହ କାଲୁଆ ହୋଇ ଯାଇଥିବା ବେଳେ ରାସ୍ତାକଡ଼ରେ ବସି ବ୍ଯବସାୟ କରୁଥିବା ବ୍ଯବସୀୟୀ, ଜଙ୍ଗଲ ଜାତ ସାମଗ୍ରୀ ସଂଗ୍ରହ କରି ପେଟ ପୋଷୁଥିବା ସ୍ଥାନୀୟ ଅଧିବାସୀ, ଅସହାୟ, କଚା ଘରେ ରହୁଥିବା ଲୋକଙ୍କ ପାଇଁ ପ୍ରବଳ ଶୀତ ବଢାଇ ଦେଇଛି ଚିନ୍ତା। ପୁଣି ଥରେ ଶୀତରୁ ରକ୍ଷା ପାଇବା ପାଇଁ ସକାଳ ଏବଂ ସନ୍ଧ୍ଯାରେ ରାସ୍ତାକଡ଼ରେ ନିଆଁ ପାଖରେ ବସିବା ଦେଖିବାକୁ ମିଳିଛି।

Leave A Reply

Your email address will not be published.