ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି | ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ଘନ କୁହୁଡ଼ି କଲବଲ କରିବ। ସୋମବାର ଓ ମଙ୍ଗଳବାର ଭୋର ସମୟ‌ରେ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଘନ କୁହୁଡ଼ି ଅନୁଭୂତ ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦୃଶ୍ୟମାନ ଦୂରତା କମ୍‌ ରହିବାକୁ ଥିବାରୁ ସ୍ବତନ୍ତ୍ର ରିଲିଫ କମିସନ(ଏସ୍‌ଆରସି)ଙ୍କ ପକ୍ଷରୁ ମଧ୍ୟ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି।

ଟକ ଓ ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖାଦେଇଛି । ଘନ କୁହୁଡି ଯୋଗୁଁ ଯାତାୟାତରେ ବାଧାପ୍ରାପ୍ତ ହୋଇଛି । ୧୦୦ ମିଟର ଆଗକୁ କିଛି ଦେଖାଯାଉନାହିଁ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ତେବେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କଲବଲ କରିବ କୁହୁଡ଼ି । ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର।

ବାୟୁ ମଣ୍ଡଳରେ ଜଳୀୟବାଷ୍ପ ବୃଦ୍ଧି ପାଉଥିବାରୁ ସକାଳ ସମୟରେ ଘନ କୁହୁଡି ଦୃଶ୍ୟମାନ ହେଉଛି । ସେପଟେ କୁହୁଡି ପାଇଁ ଯାନବାହାନ ଚଳାଚଳ ଉପରେ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।ସେପଟେ ଉତ୍ତର ଭାରତରେ ଜାରି ରହିଛି ଶୀତ| ଜମ୍ମୁକଶ୍ମୀର ଡୋଡାରେ ବରଫର ଚାଦର ତଳେ ଘୋଡେଇ ହୋଇ ରହିଛି ରାସ୍ତା ଘାଟ, ଘରଦ୍ୱାର ସବୁ କିଛି । ତୁଷାରପାତ ଯୋଗୁଁ ସ୍ଥାନୀୟ ଲୋକଙ୍କ ସମସ୍ୟା ବଢିଥିବା ବେଳେ, ପ୍ରକୃତିର ଏ ନୂଆ ମିଜାଜର ମଜା ନେବାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଛି ।

Leave A Reply

Your email address will not be published.