ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜର

0

ଓଡ଼ିଆ ନ୍ୟୁଜ୍: ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ । ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଏହି ଚଢାଉରେ ବିଭିନ୍ନ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢାଉ ହୋଇଛି ।

ଆଜି ସକାଳୁ ସକାଳୁ ଭିଜିଲାନ୍ସର ଏକାଧିକ ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚାଲିଛି ଚଢାଉ । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ୟ୍ୟାଳୟ ରହିଛି । ତେବେ ଏହି ଚଢାଉରେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

Leave A Reply

Your email address will not be published.