ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ବିଜେଡ଼ି ଛାଡ଼ିଛନ୍ତି। ସେ ଦଳରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟରୁ ସେ ଇସ୍ତଫା ଦେଉଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରକୁ ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ବିଜେଡିରୁ ଇସ୍ତଫା
ଦେବା ପରେ ଦଳରେ ଗଣତନ୍ତ୍ର ନଥିବା କହି ରାମଚନ୍ଦ୍ର ଦଳ ଉପରେ ବର୍ଷିଛନ୍ତି। ସେ ଏକ ପ୍ରେସବିଜ୍ଞପ୍ତି ଜାରି କରି ନିଜର ଅସନ୍ତୋଷ ଛାଡ଼ିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ଦଳ ତାର ନୀତି ଆଦର୍ଶ ଭୁଲି ଯାଇଛି। ଦୀର୍ଘ ଦିନ ଧରି ଦଳରେ ଥିଲେ ବି ଦୁଇ ଘଣ୍ଟା ପୂର୍ବରୁ ଦଳରେ ଯୋଗ ଦେବା ବ୍ୟକ୍ତିଙ୍କୁ ଟିକେଟ ଦିଆଯାଉଛି। ରାମଚନ୍ଦ୍ର ଜଣେ ଦକ୍ଷ ରାଜନୀତିଜ୍ଞ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି।
୨୦୦୦ରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୧୨ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ନବୀନ ପଟ୍ଟନାୟକଙ୍କ ପ୍ରଥମ ମନ୍ତ୍ରୀମଣ୍ଡଳରେ ଉପବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ | ସେ ୨୦୧୭ ଜାନୁୟାରୀ ୧୨ରେ ବିଜେପିରୁ ଇସ୍ତଫା ଦେଇ ବିଜେଡ଼ିରେ ଯୋଗ ଦେଇଥିଲେ। ଏବେ ସେ ବିଜେଡ଼ିରୁ ଇସ୍ତଫା ଦେଇ ବିଜେପିରେ ଯୋଗଦେବା ନେଇ ରାଜ୍ୟ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।