ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ସ୍ଥିତ AIIMS ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ପ୍ରାୟ ୩ ମାସ ହେବ AIIMSରେ ଚିକିତ୍ସାଧୀନ ଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି।

ଅନନ୍ତରାମଙ୍କ ଦେହାନ୍ତ ପରେ ୨୦୦୮ରେ ସେ ଲକ୍ଷ୍ମୀପୁରର ବିଧାୟକ ହୋଇ ଚର୍ଚ୍ଚାକୁ ଆସିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୮ ମସିହାରେ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ ନିର୍ବାଚନରେ ସେ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ତେବେ ୧୯୭୪ ମସିହାରୁ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭେଟେରାନ କଂଗ୍ରେସ ନେତା ଅନନ୍ତରାମ ମାଝୀ ବିଧାୟକ ରହିଥିଲେ ।

୧୯୭୪ ନିର୍ବାଚନ ପରେ ୧୯୭୭ରେ ଉକ୍ତ ନିର୍ବାଚନ ମଣ୍ଡଳିରୁ ହାରିଥିଲେ ଅନନ୍ତରାମ । ଅନନ୍ତରାମ ମାଝିଙ୍କ ପୁଅ ଓ ରାୟଗଡ଼ା ବିଧାନସଭାର ବିଜେଡ଼ି ପ୍ରାର୍ଥୀ ଅନୁସୟା ମାଝୀଙ୍କ ଭାଇ ଅଟନ୍ତି। ପୂର୍ଣ୍ଣଚନ୍ଦ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.