ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଆଜିଠୁ ରାଜ୍ୟରେ ବଢିବ ତାତି। ୩ରୁ ୫ ଡିଗ୍ରୀ ଯାଏ ବଢ଼ିପାରେ ଦିନ ତାପମାତ୍ରା । ଆସନ୍ତା ୩-୪ ଦିନରେ ପାରଦ ଉପରମୁହାଁ ହେବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏବେ ବାତ୍ୟାର ପ୍ରଭାବ ହ୍ରାସ ଯୋଗୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି।
ତେବେ ଭୀଷଣ ବାତ୍ୟା ‘ରେମଲ’ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଓଡିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟର ସ୍ଥଳଭାଗରେ ବର୍ଷା ଘଡଘଡି ବିଜୁଳି ପବନ ହେବାର ବିଶେଷ ସମ୍ଭାବନା ନାହିଁ । କିଛି କିଛି ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ । ଅନ୍ୟପଟେ ଉତ୍ତର-ପଶ୍ଚିମ ଭାରତରେ ଘଡ଼ଘଡ଼ି ସହ ପଶ୍ଚିମ ହିମାଳୟ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ଆଇଏମଡି ମୁଖ୍ୟ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ ଜୁନ୍ ମାସରେ ଦେଶର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକରୁ ଅଧିକ ରହିବ। ଅନ୍ୟପକ୍ଷରେ ଆସନ୍ତା ୪ ଦିନ ଭିତରେ କେରଳ ଛୁଇଁବ ଦକ୍ଷିଣ-ପଶ୍ଚମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏଥର ଦେଶରେ ମୌସୁମୀ ବର୍ଷା ସ୍ୱାଭାବିକଠାରୁ ଅଧିକ ରହିବ।
Comments are closed.