ଓଡ଼ିଆ ନ୍ୟୁଜ୍: ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ । ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ । ଦୀଘା ଜଗନ୍ନାଥ ମନ୍ଦିରର ଏଭଳି ନାମକରଣକୁ ନେଇ ଆମେ ଆଶ୍ଚର୍ଯ୍ୟ ।
ବିଶ୍ବରେ ଅନେକ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି । କିନ୍ତୁ ଏଭଳି ନାମକରଣ କେହି କରିନାହାନ୍ତି। କେବଳ ଶ୍ରୀକ୍ଷେତ୍ର ପୁରୀ ହେଉଛି ଜଗନ୍ନାଥ ଧାମ ବୋଲି ପୂର୍ବରୁ ମୁଁ ଏବଂ ଜଗତଗୁରୁ ମତପ୍ରକାଶ କରିଛୁ । ପଶ୍ଚିମବଙ୍ଗ ସରକାରଙ୍କ ନିର୍ଦ୍ଦେଶରେ ହିଁ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣ କରାଯାଇଛି । ଶ୍ରୀଜଗନ୍ନାଥ ଧାମ ଶବ୍ଦ ଯେଭଳି ଦୀଘା ମନ୍ଦିରରୁ ତୁରନ୍ତ ହଟିବ ସେନେଇ ରାଜ୍ୟ ସରକାର ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି ।