ଓଡ଼ିଆ ନ୍ୟୁଜ,(ବ୍ୟୁରୋ): କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଧୁରୁଷିଆ ଗ୍ରାମରେ ଗତକାଲି ରାତିରେ ଗଣେଶ ମେଢ଼ ଭସାଣି ଉତ୍ସବ ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକ ହେଲେ ସୂର୍ଯ୍ୟକାନ୍ତ ସାମଲ। ଆଉଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।
ମୃତକ ଜଣଙ୍କ ନାବାଳକ ବୋଲି ସୂଚନା ରହିଛି। ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଗୋପାଳ ସାହି ଓ ଧୁରୁସିଆ ଗାଁରେ ଗଣେଶ ମୂର୍ତ୍ତି ଭସାଣି ହେଉଥିଲା ଏହି ସମୟରେ ଦୁଇ ଗାଁର ପିଲା ମୁହାଁମୁହିଁ ହୋଇଥିଲେ। ପରେ ଉଭୟ ଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ଉଭୟ ଗୋଷ୍ଠୀ ମଧ୍ୟରେ ଛୁରା ଓ ଭୁଜାଲି ଆକ୍ରମଣ ହୋଇଥିଲା। ପୁଲିସ ପହଞ୍ଚିବା ପରେ ଉତ୍ତେଜନା ଥମିଥିଲା।
ଦୁଇ ଗୋଷ୍ଠୀ ଗଣ୍ଡଗୋଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ପୁଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି। ଏବେ ବି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଉପୁଜିବା ପାଇଁ ଗାଁରେ ପୁଲିସ ମୃତୟନ କରାଯାଇଛି।