ଗଞ୍ଜାମ ସଡ଼କ ଦୁର୍ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ଦୁଇ ଲକ୍ଷ ଟଙ୍କା ଏବଂ ଆହତ ଲୋକଙ୍କ ପାଇଁ ୧ ଲକ୍ଷ ଟଙ୍କାର ଅନୁକମ୍ପାକୂଳକ ସହାୟତା ଘୋଷଣା କରିଛନ୍ତି।

ଏପରିକି ଆହତଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା କରିବାକୁ ନିର୍ଦେଶ ଦେଇଛନ୍ତି। ତେବେ ଆଜି ସକାଳେ ବ୍ରହ୍ମପୁର ସମରଝୋଳ ଛକ ନିକଟରେ ଏକ ଯାତ୍ରୀବାହୀ ବସକୁ ଟ୍ୟାଙ୍କର ଧକ୍କା ଦେଇଥିଲା। କଣ୍ଟେନରଟି ଟ୍ରକ କୁ ଓଭରଟେକ କରୁଥିବା ବେଳେ ସାମନା ପଟୁ ଭବାନୀପାଟଣା ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଖମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍ ସହିତ ମୁହାଁ ମୁହିଁ  ଧକ୍କା ହୋଇଥିଲା।

ଦୁର୍ଘଟଣା ପରେ ବସଟି ରାସ୍ତାକଡ ଚା ଦୋକାନକୁ ମାଡିଯାଇଥିଲା। ଫଳରେ ଚା ପିଉଥିବାବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଦୁଇ ମୃତକ ବସ୍‌ର ଯାତ୍ରୀ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.