ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଗ୍ରାହକଙ୍କୁ ଝଟକା। ମାସ ଆରମ୍ଭରୁ ପୁଣି ବଢ଼ିଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦର। ୧୯ କେଜି ସିଲିଣ୍ଡର ଦର ୪୮ ଟଙ୍କା ୫୦ ପଇସା ବଢ଼ିଲା। ଆଜି ଠାରୁ ଦେଶରେ ବର୍ଦ୍ଧିତ ଦର ଲାଗୁ ହୋଇଛି। ଅକ୍ଟୋବର ୧ ତାରିଖରେ ମଧ୍ୟ ଅଏଲ ମାର୍କେଟିଂ କମ୍ପାନୀ ଗ୍ୟାସ୍ ଦରରେ ପରିବର୍ତ୍ତନ କରିଛି। ୧୯ କିଲୋଗ୍ରାମ ଗ୍ୟାସ୍ ଯୁକ୍ତ କମର୍ସିଆଲା ଏଲପିଜି ସିଲିଣ୍ଡରର ଦାମ୍ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୪୮.୫୦ରୁ ୫୦ ଟଙ୍କା ଯାଏଁ ବଢ଼ିଛି |
ତେବେ ଦର ବଢିବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି। ସେହିପରି ମୁମ୍ବାଇରେ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଗ୍ୟାସ୍ ଉପଲବ୍ଧ ହେବ। ଆଜିଠାରୁ ଦେଶରେ ଏହି ଦର ଲାଗୁ ହୋଇଛି। ଇଣ୍ଡିଆନ୍ ଅଏଲ୍ର ଅଫିସିଆଲ୍ ୱେବସାଇଟ୍ ଅନୁଯାୟୀ, ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ବର୍ତ୍ତମାନ ଦିଲ୍ଲୀରେ ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୧୭୪୦ ଟଙ୍କାରେ ପହଞ୍ଚିଛି।
ସେହିପରି ବର୍ଦ୍ଧିତ ଦର ଲାଗୁ ହେବା ପରେ ମୁମ୍ବାଇରେ କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ପିଛା ଦର ୧୬୯୨.୫୦ ଟଙ୍କା, କୋଲକାତାରେ ୧୮୫୦.୫୦ ଟଙ୍କା ଏବଂ ଚେନ୍ନାଇରେ ୧୯୩୦ ଟଙ୍କାରେ ଉପଲବ୍ଧ ହେବ। ସେହିପରି କୋଲକାତାରେ ୧୮୦୨.୫୦ ଟଙ୍କାରେ ମିଳୁଥିବା ଗ୍ୟାସ ବର୍ତ୍ତମାନ ୧୮୫୦.୫୦ ଟଙ୍କା ହୋଇଛି। ଚେନ୍ନାଇରେ ୧୮୫୫ ଟଙ୍କାରେ ମିଳୁଥିବା ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୧୯୦୩ ଟଙ୍କାକୁ ବୃଦ୍ଧି କରାଯାଇଛି। ଗତ ଜୁଲାଇ ମାସରୁ ୧୯ କିଲୋଗ୍ରାମ ଏଲପିଜି ସିଲିଣ୍ଡର ମୂଲ୍ୟରେ କ୍ରମାଗତ ବୃଦ୍ଧି ଘଟିଛି।