ପୂର୍ବତନ ବିଧାୟକ ତଥା ଆଦିବାସୀ ନେତା ଜର୍ଜ ତିର୍କିଙ୍କ ଦେହାନ୍ତ

0

ଓଡ଼ିଆ ନ୍ୟୁଜ୍: ପରଲୋକରେ ପୂର୍ବତନ ବିଧାୟକ ତଥା ଆଦିବାସୀ ନେତା ଜର୍ଜ ତିର୍କି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା । ବୀରମିତ୍ରପୁରର ପୂର୍ବତନ ବିଧାୟକ ତଥା ସୁନ୍ଦରଗଡ଼ ଆଦିବାସୀ ନେତା ଭାବେ ଜଣାଶୁଣା ଥିଲେ ଜର୍ଜ ତିର୍କି ।

ଗତ କିଛିମାସ ଧରି ସେ ସେ ଗୁରୁତର ଅସୁସ୍ଥ ଥିଲେ । ଶେଷ ଶଯ୍ୟା ନିକଟରେ ତାଙ୍କ ପୁଅ ତଥା ବୀରମିତ୍ରପୁର ବିଧାୟକ ୟକ ରୋହିତ ଯୋସେଫ ତିର୍କି ଏବଂ ପରିବାରର ଅନ୍ୟ ସଦସ୍ୟଗଣ ଉପସ୍ଥିତ ଥିଲେ । ଅପରାହ୍ନରେ ପୈତୃକ ଗ୍ରାମ ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାପଡିଛି ।

ଛାତ୍ରଜୀବନରୁ ଜଣେ ଲଢ଼ୁଆ ସଂଗଠକ ଓ ପରବର୍ତ୍ତୀ ପର୍ୟ୍ୟାୟରେ ଜଣେ ଲଢୁଆ ଆଦିବାସୀ ନେତା ରୂପେ ତାଙ୍କର ରାଜ୍ୟ ତଥା ରାଜ୍ୟ ବାହାରେ ସୁଖ୍ୟାତି ରହିଥିଲା। ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାରୁ ୧୯୯୫ ଓ ୨୦୦୦ ମସିହାରେ ଲଗାତାର ୨ଥର ବୀରମିତ୍ରପୁର ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ପର୍ୟ୍ୟାୟରେ ସେ ସେହି ସମାନ ଆସନରୁ ୨୦୦୯ରେ ସ୍ବାଧୀନ ଓ ୨୦୧୪ରେ ସମତା କ୍ରାନ୍ତି ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨ଥର ସୁନ୍ଦରଗଡ଼ ଆସନରୁ ଲୋକସଭା ପ୍ରାର୍ଥୀ ରୂପେ ମଧ୍ୟ ପ୍ରତିଦ୍ୱନ୍ଦିତା କରି ପରାଜିତ ହୋଇଥିଲେ । ରାଜନୈତିକ ଜୀବନର ଶେଷ ଭାଗରେ ସେ କଂଗ୍ରେସ ଓ ପରେ ବିଜେଡିରେ ଯୋଗ ଦେଇଥିଲେ।

Leave A Reply

Your email address will not be published.