ଖୁସି ଖବର: ଆଜିଠୁ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ଖୋଲାଯିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ଆଜିଠୁ ସେପ୍ଟେମ୍ବର ୧୭ ତାରିଖ ପର୍ୟ୍ୟନ୍ତ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ।‌ ଅମୃତ ଉଦ୍ୟାନ, ସେପ୍ଟେମ୍ବର ୫ ତାରିଖ ଶିକ୍ଷକ ଦିବସ ଅବସରରେ କେବଳ ଶିକ୍ଷକମାନଙ୍କ ପାଇଁ ଖୋଲା ରହିବ।

ଚଳିତ ବର୍ଷରୁ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନକୁ ସର୍ବସାଧାରଣଙ୍କ ପାଇଁ ବର୍ଷକୁ ଦୁଇଥର ଖୋଲାଯାଉଛି। ଏଥିପାଇଁ ଅଗଷ୍ଟ ୭ରୁ ଅନଲାଇନ ବୁକିଂ ଆରମ୍ଭ ହୋଇଛି। ଆଗନ୍ତୁକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ।

Leave A Reply

Your email address will not be published.