ମହିଳା କର୍ମଚାରୀଙ୍କ ପାଇଁ ଭଲ ଖବର; 12 ଅତିରିକ୍ତ ସାମୟିକ ଛୁଟି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଖୁସି ଖବର । ମୋହନ ମାଝୀ ସରକାର ନେଇଛନ୍ତି ବଡ଼ ପଦକ୍ଷେପ । ଏଣିକି ମହିଳା ସରକାରୀ କର୍ମଚାରୀଙ୍କୁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା । ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଥିବା ୧୦ ଦିନକୁ  ୧୨ଦିନ କରିଛନ୍ତି ମୋହନ ସରକାର ।

ଅତିରିକ୍ତ ସାମୟିକ ଛୁଟି ବଢାଇବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ ସରକାର ମହିଳାମାନଙ୍କୁ ବର୍ଷକୁ ୧୦ଦିନ ଅତିରିକ୍ତ ସାମୟିକ ଛୁଟି ପ୍ରଦାନ କରୁଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି(ଆଡସିନାଲ କାଜୁଆଲ ଲିଭ୍‌) ୧୨ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମହିଳାମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ଦିନ ସାମୟିକ ଛୁଟି(କାଜୁଆଲ ଲିଭ) ଓ ୫ଦିନ ସ୍ୱତନ୍ତ୍ର ସାମୟିକ ଛୁଟି(ସ୍ପେଶାଲ ଲିଭ୍‌) ସହ ପାଇପାରିବେ ।

ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ । ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି । ଚଳିତ ବର୍ଷ ସ୍ବାଧୀନତା ଦିବସ ପାଳନ ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ମାସିକ ଋତୁସ୍ରାବ ପାଇଁ ଗୋଟିଏ ଦିନ ଛୁଟି ଘୋଷଣା କରିଥିଲେ । ଋତୁସ୍ରାବ ପୀଡା କଷ୍ଟ ପାଇଁ ରାଜ୍ୟସରକାର ଏହି ନିଷ୍ପତ୍ତି ନେଇଥିଲେ । କେବଳ ସରକାରୀ ସ୍ତରରେ ନୁହେଁ ଘରୋଇ ମହିଳା କର୍ମଚାରୀ ଦିନକ ପାଇଁ ଛୁଟି ନେଇପାରିବେ ବୋଲି ସରକାର କହିଥିଲେ ।

Leave A Reply

Your email address will not be published.