ଓଡିଶା ପାଇଁ ଖୁସି ଖବର, ବିଶ୍ୱ ସ୍ତରୀୟ ହେବ ନନ୍ଦନକାନନ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଓଡିଶା ପାଇଁ ଖୁସି ଖୁସି ଖବର। ବିଶ୍ୱ ସ୍ତରୀୟ ହେବ ନନ୍ଦନକାନନ । ରାଜ୍ୟ ସରକାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ବିଶ୍ବସ୍ତରୀୟ କରିବା ନେଇ ଲକ୍ଷ୍ୟ ରଖିଛନ୍ତି। ଏଥି ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ନନ୍ଦନକାନନର ରୂପାନ୍ତର ହେବ। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ।

ଚୂଡ଼ଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଛି । ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗତ ମଇ ୨୩ ତାରିଖରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ନୂଆ ଯୋଜନାରେ ପରିଦର୍ଶକମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିଅମ, ୱାଟର ବାର୍ଡ ଆଭିଆରୀ ଦେଶ ବିଦେଶରୁ ନୂତନ ପ୍ରାଣୀ ଓ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷାର ଏକ ସ୍ବତନ୍ତ୍ର ହବ୍‌ ଭାବରେ ବିକାଶ କରିବା ପାଇଁ ବ୍ୟବସ୍ଥା ରହିଛି।

Leave A Reply

Your email address will not be published.