ଓଡ଼ିଆ ନ୍ୟୁଜ୍: ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସରେ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ନିକଟରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଥିଲେ ନବୀନ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସରେ ନବୀନଙ୍କୁ ଭେଟିଥିଲେ । ଆଉ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ ।
ସେହିପରି ପ୍ରଧାନମନ୍ତ୍ରୀ ବି ଫୋନ କଲ୍ ଜରିଆରେ ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଥିଲେ ।ଜୁନ୍ ୨୦ରେ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍ ଅପରେଶନ ପାଇଁ ମୁମ୍ବାଇର ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୨ରେ ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ସେଠାରେ ୨୧ ଦିନ ରହିବା ପରେ ସୁସ୍ଥ ହୋଇ ଜୁଲାଇ ୧୨ରେ ଭୁବନେଶ୍ୱର ଫେରିଥିଲେ। ଏହା ପରେ ନବୀନ ପୁଣି ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ।