ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ନଗଦ ଟଙ୍କା । ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତରେ ବନ୍ଧୁକ ଲଗାଇ ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ଯାଗ ଲୁଟି ନେଲେ ଦୁର୍ବୁର୍ତ୍ତ।
ଏଭଳି ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଡେମୁରିଆ ଠାରେ, ସମ୍ପତିଆ ଗ୍ରାମର ଘନଶ୍ଯାମ କାମିଳାଙ୍କର ଡେମୁରିଆ ମାର୍କେଟରେ ମିନତୀ ଜୁଏଲାର୍ସ ନାମରେ ଏକ ଗହଣା ରହିଛି। ସବୁଦିନ ଭଳି ସେ ବୁଧବାର ରାତିରେ ଦୋକାନ ବନ୍ଦ କରି ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ନିଛାଟିଆ ରାସ୍ତାରେ ୩ ଜଣ ଦୁର୍ବୁର୍ତ୍ତ ଗାଡି ଅଟକାଇବା ସହ ବିଭିନ୍ନ ମାରଣାସ୍ତ୍ରରେ ଘନଶ୍ୟାମକୁ ଆକ୍ରମଣ କରିଥିଲେ |
ତାଙ୍କ ମୁଣ୍ତରେ ବନ୍ଧୁକ ଲଗାଇ ଭୟଭୀତ କରାଇ ଗହଣା ଏବଂ ଟଙ୍କା ଭର୍ତ୍ତି ବ୍ଯାଗ ଛଡାଇ ନେଇ ଏକ କଳା ରଙ୍ଗର ଆପାଚି ବାଇକରେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ଜଳେଶ୍ବର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ବୁର୍ତ୍ତ ମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢଉ କରିବା ସହ ସନ୍ଦେହରେ ଜଣକୁ ଅଟକ ରଖି ଅଧିକ ତଦନ୍ତ କରୁଛି । ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ଟଙ୍କା ଲୁଟି ନେଇଛନ୍ତି ଦୃର୍ବୁତ।