ବିଏସକେୱାଇ କାର୍ଡକୁ ନେଇ ଥିବା ଦ୍ବନ୍ଦ ଦୂର କଲା ସ୍ବାସ୍ଥ୍ୟ ବିଭାଗ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାଜ୍ୟରେ ବିଏସକେୱାଇ (BSKY) କାର୍ଡକୁ ନେଇ ଥିବା ଦ୍ବନ୍ଦ ଦୂର କଲା ସ୍ବାସ୍ଥ୍ୟ ବିଭାଗ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ BSKY ଯୋଜନା ଜାରି ରହିଛି । BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବା ଏମ୍‌ଓୟୁ ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ। ଯେଉଁମାନଙ୍କର କାର୍ଡ ଅଛି, ସେମାନଙ୍କୁ ତାଲିକାଭୁକ୍ତ ହସ୍‌ପିଟାଲଗୁଡ଼ିକ ପୂର୍ବଭଳି  ଚିକିତ୍ସା ସେବା ଯୋଗାଇ ଦିଅନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଚିକିତ୍ସା ବାବଦକୁ ହସ୍‌ପିଟାଲ୍‌ଗୁଡ଼ିକ ଯେଉଁ ବିଲ୍ ଦେବେ ପୂର୍ବଭଳି SHAS ମାଧ୍ୟମରେ ଅର୍ଥ ପାଇବେ। ରୋଗୀମାନେ ଯେପରି ଚିକିତ୍ସା ସେବା ପାଇବାରେ କୌଣସି ପ୍ରକାର ସମସ୍ୟାର ସମ୍ମୁଖୀନ ନହେବେ, ତାହା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟ ବିଭାଗ ହସ୍‌ପିଟାଲ୍‌ଗୁଡ଼ିକୁ କହିଛନ୍ତି। ଏଣେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ହେବା ସହ ବାହାରେ ଥିବା ଦେଢ଼ କୋଟି ଓଡ଼ିଆଙ୍କ ପାଇଁ ମଧ୍ୟ ଏହି ଯୋଜନା ଲାଗୁ ହେବ।

ବିଏସ୍‌କେୱାଇରେ ସୀମିତ ସୁବିଧା ରହିଛି ଓ ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ ବୋଲି କହିଥିଲେ। ଶ୍ରୀ ସାମଲ କହିଛନ୍ତି, ସାଧାରଣ ନିର୍ବାଚନର ଗତକାଲି ଫଳାଫଳ ପ୍ରକାଶ ପାଇବା ପରେ ବିଏସକେୱାଇକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି। ରାଜ୍ୟର କିଛି ଘରୋଇ ହସ୍ପିଟାଲଗୁଡ଼ିକ ବିଏସକେୱାଇ କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନ ଦେଇ ରୋଗୀମାନଙ୍କୁ ଫେରାଇ ଦେଉଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟରେ ଅଭିଯୋଗ ଆସୁଛି।

Leave A Reply

Your email address will not be published.