ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ।ଆୟୁଷ୍ମାନ’ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା।ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ। ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ୍ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ। ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ। ଆୟୁଷ୍ମାନ’ ଯୋଜନାର ସୁବିଧା ପାଇଁ ୩ଟି MoU ସ୍ବାକ୍ଷରିତ ହୋଇଛି।

ଶିବିରରେ ଯୋଗଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କୀତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ଆୟୁଷ୍ମାନ ଯୋଜନାକୁ ନେଇ ସମସ୍ତ ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଯେଉଁ ଯୋଗ୍ୟ ଲାଭାର୍ଥୀ ମାନଙ୍କର ଏ ପର୍ଯ୍ୟନ୍ତ କାର୍ଡ ହୋଇନାହିଁ, ସେମାନେ ଡିଜିଟାଲ୍ ମାଧ୍ୟମରେ ନିଜ ତଥ୍ୟ ଦେଖିପାରିବେ ଓ ଆବେଦନର ସ୍ଥିତି ଜାଣିପାରିବେ ।

ଆଗାମୀ ଦିନରେ ଆୟୁଷ୍ମାନ ଭାରତ ସମ୍ପର୍କୀତ ସମସ୍ତ ଡାଟା ଓଡ଼ିଆ ଭାଷାରେ ଉପଲବ୍ଧ ହେବ, ଯାହା ଫଳରେ ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ । ଏଥିପାଇଁ ୩ଟି MOU ସ୍ବାକ୍ଷରିତ ହୋଇଛି । ଏହି ପଦକ୍ଷେପ ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟସେବାକୁ ଆହୁରି ସୁଦୃଢ଼ ଓ ସହଜଗମ୍ୟ କରାଯିବ ବୋଲି ଆଶା କରାଯାଉଛି ।

Leave A Reply

Your email address will not be published.