ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ କାମ ବନ୍ଦ

0

ଓଡ଼ିଆ ନ୍ୟୁଜ୍: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ପାଇଁ ନିର୍ଦ୍ଦେଶ। ଶ୍ରମିକମାନଙ୍କୁ କାମରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗର ନିର୍ଦ୍ଦେଶ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି। ଶ୍ରମିକଙ୍କ ପାଇଁ ରେଷ୍ଟ ସେଡ୍‌, ପାନୀୟ ଜଳ ଓ ଫାଷ୍ଟ ଏଡ୍‌ କରିବାକୁ ନିର୍ଦ୍ଦେଶକ ଚିଠି।ଶ୍ରମିକଙ୍କ ପାଇଁ ରେଷ୍ଟ ସେଡ୍‌, ପାନୀୟ ଜଳ ଓ ଫାଷ୍ଟ ଏଡ୍‌ କରିବାକୁ ନିର୍ଦ୍ଦେଶ। ଅପ୍ରୀତିକର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି ପାଇଁ ପରାମର୍ଶ।

ବିଭାଗ ପକ୍ଷରୁ ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଗ୍ରୀଷ୍ମପ୍ରବାହ ପରିପ୍ରେକ୍ଷୀରେ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକ ମାନଙ୍କୁ ଖରାରେ କାର୍ଯ୍ୟ ନ କରାଇବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି । କିନ୍ତୁ କିଛି ସ୍ଥାନରେ ଏହି ସମୟରେ ଶ୍ରମିକ ମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଗଣମାଧ୍ୟମ ସୂତ୍ରରୁ ସରକାରଙ୍କ ଦୃଷ୍ଟିକୁ ଆସିଛି । ଏଣୁ ଠିକା ସଂସ୍ଥାମାନେ ପ୍ରତିବନ୍ଧିତ ସମୟରେ କାର୍ଯ୍ୟ ବନ୍ଦ କରିବା ସହ ଶ୍ରମିକ ମାନଙ୍କ ପାଇଁ ଛାୟାର ବ୍ୟବସ୍ଥା (ରେଷ୍ଟ ସେଡ୍) ସହ ପାନୀୟ ଜଳ ଓ ଫାଷ୍ଟ ଏଡ୍ ଉପଲବ୍ଧ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ କ୍ଷେତ୍ର କର୍ମଚାରୀ ମାନେ ଏଥିପ୍ରତି ସଜାଗ ରହିବା ସହ କୌଣସି ଅପ୍ରୀତିକର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.