ଓଡ଼ିଆ ନ୍ୟୁଜ୍: ପଶ୍ଚିମ-କେନ୍ଦ୍ରୀୟ ଛତିଶଗଡ଼ ସଂଲଗ୍ନ ବିଦର୍ଭ ଓ ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶରେ ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ । ଓଡ଼ିଶା ଉପରେ ଏବେ ଲଘୁଚାପର ପ୍ରଭାବ ଆଉ ନାହିଁ । ତଥାପି ରାଜ୍ୟରେ କିଛି କିଛି ସ୍ଥାନରେ, ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପାଣିପଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୪ ଦିନ ଯାଏ ବଡ ବର୍ଷାର ସମ୍ଭାବନା ନାହିଁ ।
ତେବେ ଅଗଷ୍ଟ ୩ ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ୧୮ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ନୂଆପଡା ଜିଲ୍ଲା ସିନାପଲ୍ଲୀରେ ସର୍ବାଧିକ ୧୬୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।