ଦଶହରାକୁ ଭିଜାଇବ ବର୍ଷା, ଆସୁଛି ବଡ଼ ବର୍ଷା

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଘୂର୍ଣ୍ଣିବଳକ ପ୍ରଭାବରେ ରାଜ୍ୟରେ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପକୂଳ ଓ଼ଡିଶାର ଅଧିକାଂଶ ସ୍ଥାନ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। କାଲିଠାରୁ ବଢିବ ବର୍ଷାର ବିସ୍ତୃତି । ୨୮ତାରିଖରେ ପ୍ରବଳ ବର୍ଷା ନେଇ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ଲଘୁଚାପ ଯୋଗୁଁ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।
ବାଂଲା ଦେଶ ଉପକୂଳର ନିକଟବର୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅକ୍ଟୋବର ୩ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ଆଡକୁ ଆସିବ ଏବଂ ଠିକ ତାର ପରଦିନ ପଶ୍ଚିମ ଓଡ଼ିଶା ମୁହାଁ ହେବ ବୋଲି ଆକଳନ କରାଯାଇଛି ।
ଏହାର ପ୍ରଭାବରେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ ଏବଂ ଅନୁଗୁଳରେ ଅକ୍ଟୋବର ୨ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୩ ରେ ଖୋର୍ଦ୍ଧା, କଟକ, ଯାଜପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ, ସମ୍ବଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜିଠାରୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବାବେଳେ ଅକ୍ଟୋବର ୪ ରୁ ୬ ତାରିଖ ସାରା ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏ ସମ୍ପର୍କରେ ଭାରତୀୟ ପାଣିପାଗ ପକ୍ଷରୁ କୌଣସି ସୂଚନା ଆସିନାହିଁ ।

Leave A Reply

Your email address will not be published.