ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଅଗଷ୍ଟ ୨୩ ରୁ ୨୫ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୩ ରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରଭାବିତ ହେବ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶା। ସୂଚନା ଅନୁଯାୟୀ, ଅଗଷ୍ଟ ୨୩ ରେ ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ସତର୍କ କରିଦିଆଯାଇଛି। ଅଗଷ୍ଟ ୨୪ ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗାଡ଼ା ପାଇଁ ଜାରି ହୋଇଛି ସତର୍କତା।
ସେହିପରି, ଅଗଷ୍ଟ ୨୫ ରେ ବଜ୍ରପାତ ସହ ବର୍ଷା ନେଇ ରାଜ୍ୟର ୧୪ ଜିଲ୍ଲାକୁ ସତର୍କ କରାଯାଇଛି।