ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ କ୍ଷେତ୍ର ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆଗାମୀ ୩ ଦିନ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ।
ଦକ୍ଷିଣ ଓଡ଼ିଶା ର 4ଜିଲ୍ଲା ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ବାଲେଶ୍ବର ଯାଜପୁର, କେନ୍ଦ୍ରାପଡା, କଟକ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମସ୍ତ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି। ଆଗାମୀ 7ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବାକୁ ଥିବା ବେଳେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।