୨ ଦିନ ପ୍ରବଳ ବର୍ଷା, ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ରହିଛି। ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣେ ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେହପରି ଆଜି ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟରେ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

ସେହିପରି ୨୯ ତାରିଖ ଯାଏ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ବିଜୁଳି ଘଡଘଡି ପ୍ରତି ସତର୍କତା ଅବଲମ୍ବନ ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେପଟେ ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଏବେବି ରାଜ୍ୟରେ ଅନେକ ଜିଲ୍ଲାରେ ନିଅଁଣ୍ଟିଆ ବର୍ଷା ଦେଖାଦେଇଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ପୁରୀ ଓ ବଲାଙ୍ଗୀରରେ ନିଅଁଟିଆ ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.