ଆଗାମୀ ୩ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେପଟେ ଆସନ୍ତା ୩୧ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହାର ପ୍ରଭାବରେ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ସୋମବାର ଓଡିଶାର ତିନୋଟି ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ତିନି ଘଣ୍ଟା ପାଇଁ ସତର୍କତା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ସମ୍ଭବତଃ ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ସୂଚନ ରହିଛି।

ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳସ୍ତର ବଢିବା ଏବଂ ସହରାଞ୍ଚଳରେ ଟ୍ରାଫିକ୍ ବ୍ୟାଘାତ ହେବା ନେଇ ଆଗୁଆ ସତର୍କ କରାଇଲା ପାଣିପାଗ ବିଭାଗ। ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି। ଏପଟେ ଫୁଲୁଛି ମହାନଦୀ। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି ।

Leave A Reply

Your email address will not be published.