ଆଗାମୀ ୫ ଦିନ ମଧ୍ୟରେ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ଆସୁଛି ବର୍ଷା । ଏବେ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଖୁବଶୀଘ୍ର ପାଗରେ ହେବାକୁ ଯାଉଛି ଏକ ପରିବର୍ତ୍ତନ । ତେବେ ଆଜିଠୁ ବଢିପାରେ ବର୍ଷା। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଲାଗିରହିବ। କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।  ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୭ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୯ ତାରିଖରେ ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାଗୁଡିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୭ ତାରିଖ ବେଳକୁ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ସେତେଟା ସକ୍ରିୟ ହେବନାହିଁ। ସୃଷ୍ଟି ହେବାର ୨୪ରୁ ୩୬ ଘଣ୍ଟା ମଧ୍ୟରେ ଅପସରି ଯିବ। ଏହାଦ୍ବାରା ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ।

ତେବେ ଜୁଲାଇ ଆରମ୍ଭରୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ହୋଇପାରେ। ଜୁଲାଇ ପ୍ରଥମାର୍ଦ୍ଧ ପର୍ଯ୍ୟନ୍ତ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଲାଗିରହିବ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ୨୭ ତାରିଖ ବେଳକୁ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ସେତେଟା ସକ୍ରିୟ ହେବନାହିଁ। ସୃଷ୍ଟି ହେବାର ୨୪ରୁ ୩୬ ଘଣ୍ଟା ମଧ୍ୟରେ ଅପସରି ଯିବ। ଏହାଦ୍ବାରା ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ତେବେ ଜୁଲାଇ ଆରମ୍ଭରୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ହୋଇପାରେ। ଜୁଲାଇ ପ୍ରଥମାର୍ଦ୍ଧ ପର୍ଯ୍ୟନ୍ତ ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଲାଗିରହିବ।

Leave A Reply

Your email address will not be published.