ଓଡ଼ିଆ ନ୍ୟୁଜ୍: ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ପାଗ ଉପରେ ନଜର ରଖିବା ଏବଂ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗୀର, କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।