୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ରାଜ୍ୟରେ ପ୍ରବେଶ କରିସାରିଛି ମୌସୁମୀ ବାୟୁ। ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ,  କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଉ ଉକ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.