ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା juf:f ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଗ ଅନୁକୂଳ ହେବ ବୋଲି ସମ୍ଭାବନା ରହିଛି। ଏନେଇ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ପୂର୍ବନୁମାନ କରିଛନ୍ତି । ଉତ୍ତର-ପୂର୍ବ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛିA\>ବିଶେଷକରି ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୋଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏପଟେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଗତକାଲି ଶାହଜାହନପୁର, ମୁଜାଫର୍ପୁର, ପୂର୍ଣ୍ଣିଆ, ବଙ୍କୁରା ହୋଇ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଲମ୍ବିଛି। ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ।