ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଗାମୀ ୩ ଦିନ ଯାଏଁ ଲାଗି ରହିବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି ।
ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମୂଷଳଧାରରେ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ସାରା ରାଜ୍ଯରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅତିପ୍ରବଳ ବର୍ଷା ପାଇଁ ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।
ସେହିପରି ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଆଗାମୀ ଦୁଇ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।