ବାତ୍ୟାର ରୂପ ନେଲା ଗଭୀର ଅବପାତ

0

ଓଡ଼ିଆ ନ୍ୟୁଜ (ବ୍ୟୁ୍ରୋ) : ଘନାଉଛି ବାତ୍ୟା ଭୟ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ବାତ୍ୟା ବିଷୟରେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତିା ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି । ଏହି ବାତ୍ୟାର ନାଁ ‘ମୋକା’ ରଖାଯାଇଛି । ପରବର୍ତ୍ତୀ ସମୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ ଓ ମିଆଁମାର ମୁହାଁ ହେବ ।

୧୪ ତାରିଖ ପୂର୍ବାହ୍ନରେ କୋକ୍ସ ବଜାର, କ୍ୟାଉକିପିୟୁ ଠାରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଓଡିଶା ଉପରେ ଏହାର ପ୍ରଭାବ ପଡିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ସ୍ପଷ୍ଟ କରିଛି । ୧୨ ଓ ୧୩ ତାରିଖରେ ବାତ୍ୟା ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହିପାରେ । ଏହି ସମୟରେ ୧୦ରୁ ୧୨ଫୁଟ୍‌ ଉଚ୍ଚତାର ସମୁଦ୍ରରେ ଜୁଆର ଉଠିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ ପୂର୍ବ, କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଓଡିଶାକୁ ନାହିଁ ବାତ୍ୟା ଭୟ । ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡିଶା ଉପରେ ପଡିବ ନାହିଁ । ପଶ୍ଚିମବଙ୍ଗ ଉପକୂଳରେ ଏହାର ପ୍ରଭାବ ପଡିବ। ୫୦ କିମି ପବନ ବହିବାର ସମ୍ଭାବନା ରହିଛି ।

Leave A Reply

Your email address will not be published.