୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଓଡ଼ିଆ ନ୍ୟୁଜ(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ମୌସୁମୀ ବାୟୁ। ଗତକାଲି ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣପୂର୍ବ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ପ୍ରଭାବରେ ୨ଦିନ ଯାଏ ରାଜ୍ୟରେ କିଛି କିଛି ଅଞ୍ଚଳରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୨ଜିଲ୍ଲା ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ପାଇଁ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରଳ ବର୍ଷା ହେବାର ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ ଜିଲ୍ଲାରେ ୧୨ ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେଣୁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି ।ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହା ପରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଲଘୁଚାପର ପ୍ରଭାବ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପଡିବ । ଫଳରେ ନଦୀ ଗୁଡିକ ପୁଣି ଫୁଲିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ । ଅଧିକାଂଶ ସ୍ଥାନରେସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ୨୩,୨୪ ଓ ୨୫ ତାରିଖରେ ବର୍ଷା ପରିମାଣ କମିଲେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.