ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି (ରବିବାର) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ପ୍ରଭୃତି ୧୩ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଓ ନବରଙ୍ଗପୁର ପ୍ରଭୃତି ୯ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.