ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ହେତୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେନେଇ କେତେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।
ଏହି ୧୪ ଜିଲ୍ଲା ହେଉଛି ଅନୁଗୁଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼। ବର୍ଷା ଯୋଗୁଁ ଅଚାନକ ପାଣି ମାଡ଼ି ଆସିପାରେ ଏବଂ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ଆଶଙ୍କା ଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ କେନାଲ ଓ ନଦୀବନ୍ଧ ଉପରେ ନଜର ରଖିବାକୁ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ତେବେ ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ, ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ମିଶାଇ ମୋଟ ୧୪ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।