ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ମୌସୁମୀ ସକ୍ରିୟ ନେଇ ଓଡ଼ିଶାରେ ଜାରି ରହିଛି ବର୍ଷା । ଆଜି ସକାଳୁ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି । ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ହେବ । ୪ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ସହ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପ୍ରବଳ ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ଥିବା ବେଳେ କିଛି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭଦ୍ରକ, ବାଲେଶ୍ୱର କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ,ଯାଜପୁର, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୋଳ,ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୫ ତାରିଖରେ ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୱାର୍ଣ୍ଣିଂ ଜାରି କରାଯାଇଛି ।