ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

0

ଓଡ଼ିଆ ନ୍ୟୁଜ୍: ଆଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୯ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ଜଳବନ୍ଦୀ ସ୍ଥିତି ଉପୁଜିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଅପରପକ୍ଷରେ ସ୍ଥିତିର ସମୀକ୍ଷା ପରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଜନସାଧାରଣଙ୍କୁ ଆତଙ୍କିତ ନହେବାକୁ ଅନୁରୋଧ କରିଛନ୍ତି। ଅବପାତ ଯୋଗୁଁ ବଦଳିଛି ରାଜ୍ୟର ପାଣିପାଗ।

ଉତ୍ତର ଓ ପଶ୍ଚିମ ଓଡ଼ିଶା ସହ ସେଣ୍ଟ୍ରାଲ୍ ପୋକେଟରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ମଧ୍ୟ ବର୍ଷାର ପ୍ରଭାବ ଜାରି ରହିବ। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ଥିବାରୁ ଖାଲୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ। ଅନ୍ୟପଟେ, ଜଳମଗ୍ନ ଯୋଗୁଁ ବନ୍ୟା-ସହନଶୀଳ ନଥିବା ଧାନ ତଳି ଓ ଗଛ ନଷ୍ଟ ହେବା ନେଇ ଚାଷୀଙ୍କ ଚିନ୍ତା ବଢ଼ିଛି। ତେବେ ପୁରୀ ରଥଯାତ୍ରା ସମୟରେ ଉପକୂଳାଞ୍ଚଳରେ ପାଗ ସ୍ୱାଭାବିକ ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜକୁ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ଏହାସହ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିପାରେ । ବର୍ଷା ଯୋଗୁଁ ଅନେକ ସ୍ଥାନରେ ଆକସ୍ମିକ ବନ୍ୟା ପରିସ୍ଥିତି ଦେଖାଦେଇପାରେ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ସିଷ୍ଟମ୍ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଏହା ଓଡ଼ିଶାର ବାଲେଶ୍ୱର ଏବଂ ପଶ୍ଚିମବଙ୍ଗର କ୍ୟାନିଂ ମଧ୍ୟଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ସମୟରେ ଉପକୂଳିଆ ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇବା ସହ ନଦୀ ଓ ସମୁଦ୍ର ଅଶାନ୍ତ ରହିବ। ପବନର ବେଗ ୬୦-୭୦ କିମି ପର୍ଯ୍ୟନ୍ତ ରହିପାରେ।​​​​​​​​​​​​​​ ପ୍ରବଳ ବର୍ଷା ସମ୍ଭାବନାକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନଯିବା ପାଇଁ ବାରଣ କରାଯାଇଛି। ଏହାସହ ନଦୀକୂଳିଆ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ଏବଂ ଆବଶ୍ୟକ ନହେଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ଅବପାତଟି ତା’ର ଗତିପଥ ବଦଳାଇ ମଧ୍ୟ ଭାରତ ଦେଇ ଜୁଲାଇ ୩୦-୩୧ ତାରିଖ ବେଳକୁ ଗୁଜରାଟ ଆଡ଼କୁ ଅଗ୍ରସର ହେବ। ତେବେ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ରାଜ୍ୟରେ ଏହାର ପ୍ରଭାବ ବଳବତ୍ତର ରହିବ।

Leave A Reply

Your email address will not be published.