ଓଡ଼ିଆ ନ୍ୟୁଜ (ବ୍ୟୁରୋ) : ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି। ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ପରେ ସେଠାରୁ ରାଜଭବନ ଯିବେ। ଉକ୍ତଦିନ ରାଜଭବନଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବେ ଓ ସେଠାରେ ରାତ୍ର ଯାପନ କରିବେ। ତାଦପର ଦିନ ଅଥବା ୨୬ତାରିଖରେ କଟକ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ବାସଭବନ ଓ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ।
ସେହିଦିନ କଟକରେ ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ସମାରୋହ, କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲର ବାର୍ଷିକ ଉତ୍ସବରେ ସାମିଲ ହେବେ। ୨୭ତାରିଖରେ ଭୁବନେଶ୍ୱରର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍ ହାଉସ୍ କମ୍ପେ୍ଲକ୍ସର ଶିଳାନ୍ୟାସ କରିବା ସହ ଭଦ୍ରକ ଯାଇ ଭଦ୍ରକ ସ୍ୱୟଂଶାସିତ କଲେଜର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେଇ ନୂଆଦିଲ୍ଲୀ ଫେରିଯିବେ।
ତିନିଦିନିଆ ମହାମହିଙ୍କ ଓଡ଼ିଶା ଗସ୍ତ ନେଇ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ଅଛନ୍ତି ୧୨ଜଣ ଆଡିସନାଲ ଡିଏସପିଙ୍କ ୩୬ପ୍ଲାଟୁନ ପୋଲିସ୍ ଫୋର୍ସ ।