ହୀରାକୁଦ ଜଳସ୍ତର ୬୧୮ ଫୁଟ୍‌; ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀରେ ପହଞ୍ଚିବ ବନ୍ୟା ଜଳ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଫୁଲୁଛି ମହାନଦୀ। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୨ ଲକ୍ଷ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଗତକାଲି ହୀରାକୁଦର ୨୦ଟି ଗେଟ୍ ଖୋଲିବା ପରେ ମହାନଦୀର ଜଳସ୍ତର ବଢ଼ିବାରେ ଲାଗିଛି ।  ଆଜି ହୀରାକୁଦ ଡ଼୍ୟାମ ର ଜଳ ପତ୍ତନ ୬୧୮ ଫୁଟ ରହିଛି । ଏବେ ଡ଼୍ୟାମ ମଧ୍ୟକୁ ସେକେଣ୍ଡ କୁ ୨ ଲକ୍ଷ ୫୭ ହଜାର ୫୫ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୭ ହଜାର ୬୨୮ ଘନଫୁଟ ଜଳ ନିଷ୍କାସିତ ହେଉଛି ।

ଅପରପକ୍ଷରେ ଫାଟକ ଖୋଲାଯିବା ପରେ ତଳମୁଣ୍ଡରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିଥିଲେ ମଧ୍ୟ ବନ୍ୟା ଆଶଙ୍କା ନଥିବା ସ୍ବତନ୍ତ୍ର ରିଲିଫ ଆୟୁକ୍ତ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଏହାସତ୍ତ୍ବେ ମହାନଦୀ ଅବବାହିକାର ୯ଟି ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଥିବା ସେ କହିଛନ୍ତି। ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲାପାଳଙ୍କୁ ସେ ସତର୍କ କରାଇଛନ୍ତି। ବନ୍ୟାଜଳ ପ୍ରବାହିତ ହେବା ସମୟରେ ନଦୀ ଭିତରକୁ ଲୋକଙ୍କୁ ନଯିବା ପାଇଁ ଓ ନଦୀପଠାକୁ ଗୋରୁଙ୍କୁ ନ ଛାଡ଼ିବା ପାଇଁ ସତର୍କ କରାଇବାକୁ ସେ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

ଏଥିସହ ସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲାପାଳଙ୍କୁ ଏସଆରସି ନିର୍ଦେଶ ଦେଇଛନ୍ତି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ସମ୍ବଲପୁର, ସୋନପୁର, ନୟାଗଡ଼, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ପୂର୍ବ ସତର୍କତା ସ୍ୱରୂପ ମହାନଦୀ ଭିତରକୁ ଲୋକ ପ୍ରବେଶ ନ କରିବା ସହ ଗୋରୁଗାଈ ଆଦି ଗୃହପାଳିତ ପଶୁଙ୍କୁ ଛାଡ଼ିବା ଉପରେ ବାରଣ କରାଯାଇଛି।

Leave A Reply

Your email address will not be published.