ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଭାରସାମ୍ୟ ହରାଇ ପିଟିଲା ଯାତ୍ରୀବାହୀ ବସ୍। ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି। ବଲାଙ୍ଗିର-ସୋନପୁର ଏନଏଚ ୫୭ର ଗଇଁତଳା ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି |
ଭୁବନେଶ୍ୱରରୁ ମାଲକାନଗିରି ଯାଉଥଲା ଦିଲଖୁସ ବସ। ସୂଟନା ଅନୁସାରେ ଆଜି ସକାଳେ ଦିଲ୍ଖୁସ ନାମକ ବସ୍ ଭୁବନେଶ୍ୱରରୁ ଯାତ୍ରୀମାନଙ୍କୁ ନେଇ ମାଲକାନଗିରି ଅଭିମୁଖେ ଯାଉଥିଲା। ଏହି ସମୟରେ ଗଇଁତଲା ନିକଟରେ ଏକ ହାଇୱା ରାସ୍ତାକଡ଼ରେ ଠିଆ ହୋଇଥିଲା। ବସ୍ଟି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି ହୋଇଥିଲା।
ଏଥିରେ ବସର ସାମ୍ନା ପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଆହତ ମାନଙ୍କୁ ଉଦ୍ଧାର କରାଯାଇ ବଲାଙ୍ଗୀର ଭୀମଭୋଈ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାରେ କେହିବି ଗୁରୁତର ହୋଇନାହାଁନ୍ତି। ଦୁର୍ଘଟଣାରେ ବସ୍ର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି। ପୁଇଁତଳା ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।