ହାଇୱାକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ୫ଯାତ୍ରୀ ଆହତ

0

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ହାଇୱାକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌। ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ଦିନ ଏକ ଘରୋଇ ଯାତ୍ରୀବାହୀ ବସ୍ ସହ ଡମ୍ପର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ଯାଜପୁର ଜିଲ୍ଲା ନେଉଳପୁର ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଯାତ୍ରୀବାହୀ ବସ୍‌ (ଅଜୟ) ଭାରସାମ୍ୟ ହରାଇ ହାଇୱାକୁ ପଛପଟୁ ଧକ୍କା ଦେଇଥିଲା। ଏହା ପରେ ଅନିୟନ୍ତ୍ରିତ ହୋଇ ଡିଭାଇଡରକୁ ଚଢ଼ିଯାଇଥିଲା। ଫଳରେ ବସ୍‌ରେ ଥିବା ୫ ଜଣ ଯାତ୍ରୀ ଆହତ ହୋଇଥିଲେ। ଘରୋଇ ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ଵରରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଏଥିରେ ପାଖାପାଖି ୪୦ ଜଣ ଯାତ୍ରୀ ବସିଥିଲେ। ଦିନ ପ୍ରାୟ ୧୨ଟା ବେଳେ ନେଉଳପୁର ଛକ ନିକଟରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସୂଚନା ପାଇ ଚଣ୍ଡିଖୋଲ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଧର୍ମଶାଳା ଓ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.