ଓଡ଼ିଆ ନ୍ୟୁଜ୍: ଓଡ଼ିଆ ସଂଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ। କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ ହୋଇଛନ୍ତି। ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ସ୍ନାୟୁ ଜନିତ ରୋଗ ‘Osmotic Demyelination Syndrome’ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଗତ ୨୫ ସେପ୍ଟେମ୍ବରରେ ତାଙ୍କୁ ମେଡ଼ିସିନ୍ ୱାର୍ଡକୁ ଅଣାଯାଇଥିଲେ ବି, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଆଜି ତାଙ୍କୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି।
କିଛି ଦିନ ପୂର୍ବରୁ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ମଧ୍ୟ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଆଡମିଟ୍ ହୋଇଥିଲେ। ଏହିପରି ଭାବରେ କ୍ରମାଗତ ଓଲିଉଡର କଳାକାରଙ୍କ ଅସୁସ୍ଥତାକୁ ନେଇ ଚିନ୍ତା ବଢ଼ିଛି।